କଟକ: ଇକମୋ ୟୁନିଟର ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଠାରେ ଇକମୋ ଚିକିତ୍ସା ସେବାର ଶୁଭାରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀଙ୍କ ସହ ୫-ଟି ସଚିବ ଭି କେ ପାଣ୍ଡିଆନ ମଧ୍ୟ ଥିଲେ।
ପୂର୍ବ ଭାରତର ସବୁଠୁ ବଡ଼ ଇକମୋ ୟୁନିଟ ହେଲା ଏସସିବି। ୯ଟି ମେସିନରେ ମାଗଣା ଚିକିତ୍ସା ପାଇବେ ରୋଗୀ। କଟକ ଡିସିପି ପ୍ରତୀକ ସିଂହଙ୍କ ନେତୃତ୍ୱରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଥିବା ବେଳେ ୧୫ ପ୍ଲାଟୁନ ପୁଲିସ ମୁତୟନ କରାଯାଇଛି।
ଇକମୋ ଚିକିତ୍ସା ସେବାର ଉଦଘାଟନ ପରେ ନବୀନ କହିଛନ୍ତି, ଗୁରୁତର କୋଭିଡ ରୋଗୀଙ୍କୁ ଆଉ ବାହାରକୁ ଯିବାକୁ ପଡ଼ିବ ନାହିଁ। ଓଡ଼ିଶାରେ ହିଁ ଚିକିତ୍ସିତ ହେବେ ରୋଗୀ । ଏହି ଚିକିତ୍ସା ବେଶ ଅର୍ଥ ଆବଶ୍ୟକ କିନ୍ତୁ ରାଜ୍ୟ ସରକାର ମାଗଣାରେ ଏହି ସେବା ଯୋଗାଇଦେବେ। ଏହି ଚିକିତ୍ସାରେ ଯାହା ବି ଖର୍ଚ୍ଚ ହେବ ଲୋକଙ୍କ ଉପରେ ପଡ଼ିବ ନାହିଁ। ସବୁ ଖର୍ଚ୍ଚ ସରକାର ବହନ କରିବେ। ତୃତୀୟ ଲହରର ମୁକାବିଲା ପାଇଁ ଆମକୁ ସତର୍କ ରହିବାକୁ ହେବ। ଏଥିରେ ଶିଶୁମାନେ ଅଧିକ ମାତ୍ରାରେ ସଂକ୍ରମିତ ହେବେ ବୋଲି ବିଶେଷଜ୍ଞ କହୁଛନ୍ତି। ତେଣୁ ପିଲାଙ୍କ ସୁରକ୍ଷା ପାଇଁ କୋଭିଡ ଗାଇଡଲାଇନ ମାନିବା ସହ ମାସ୍କ ପିନ୍ଧିବା ପାଇଁ ପରାମର୍ଶ ଦେଇଛନ୍ତି। ନିଜେ ସୁରକ୍ଷିତ ରହିବା ସହ ପିଲାଙ୍କୁ ସୁରକ୍ଷିତ ରଖନ୍ତୁ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0