ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୪ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୩୨୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୦୫ ଜଣ ୧୮ ବର୍ଷରୁ କମ୍ ବୟସର ଶିଶୁ କିଶୋର ଥିବା ଜଣାଯାଇଛି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୯ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୨୦ ଜଣ, ବାଲେଶ୍ୱରରୁ ୫୯ ଜଣ, ବରଗଡ଼ରୁ ୫ ଜଣ, ଭଦ୍ରକରୁ ୧୫ ଜଣ, ବଲାଙ୍ଗୀରରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୨, କଟକରୁ ୮୪ ଜଣ, ଦେବଗଡ଼ରୁ ୯ ଜଣ, ଢେଙ୍କାନାଳରୁ ୯ ଜଣ, ଗଜପତିରୁ ୧, ଗଞ୍ଜାମରୁ ୮ ଜଣ, ଜଗତସିଂହପୁରରୁ ୩୧ ଜଣ, ଯାଜପୁରରୁ ୩୪ ଜଣ, ଝାରସୁଗୁଡ଼ାରୁ ୭ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୫ ଜଣ, କେନ୍ଦ୍ରାପଡ଼ାରୁ ୨୧ ଜଣ, କେଉଁଝରରୁ ୧୫ ଜଣ, ଖୋର୍ଦ୍ଧାରୁ ୨୫୯ ଜଣ, କୋରାପୁଟରୁ ୩ ଜଣ, ମାଲକାନଗିରିରୁ ୬ ଜଣ, ମୟୁରଭଞ୍ଜରୁ ୨୭ ଜଣ, ନୟାଗଡ଼ରୁ ୧୮ ଜଣ, ନୂଆପଡ଼ାରୁ ୨ ଜଣ, ପୁରୀରୁ ୩୯ ଜଣ, ରାୟଗଡ଼ାରୁ ୪ ଜଣ, ସମ୍ୱଲପୁରରୁ ୧୩ ଜଣ, ସୋନପୁରରୁ ୨, ସୁନ୍ଦରଗଡ଼ରୁ ୨୦ ଜଣ ଓ ଷ୍ଟେଟ ପୁଲରୁ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦,୦୫,୬୫୪୦ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ୯,୮୯, ୮୪୦ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୭,୯୯୬ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।



Visitors Today : 0
Total Visitors : 130302
Total Views : 9891805
Visitors Online Now : 0