ଉତ୍ତର ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଦକ୍ଷିଣ ପଶ୍ଚିମ ଏବଂ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରର ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏବଂ ଏହା ଓଡ଼ିଶା ଆନ୍ଧ୍ରପ୍ରଦେଶ ଉପକୂଳ ଉପରେ ୭.୬ କିଲୋମିଟର ପର୍ଯ୍ୟନ୍ତ ବିସ୍ତାରିତ ହୋଇଛି। ଏହା ପଶ୍ଚିମ- ଦକ୍ଷିଣପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି।
ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନାରେ କୁହାଯାଇଛି।
ଏହି ସମୟ ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ରାୟାଗଡ଼ା, ଗଜପତି, କଳାହାଣ୍ଡି ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ନବରଙ୍ଗପୁର, କନ୍ଧମାଳ, ବଲାଙ୍ଗୀର, ନୂଆପଡ଼ା, ପୁରୀ, ଗଞ୍ଜାମ, ଖୋର୍ଦ୍ଧା, ମୟୂରଭଞ୍ଜ, ସୁନ୍ଦରଗଡ଼, ବରଗଡ଼, ଝାରସୁଗୁଡ଼ା ଓ କେନ୍ଦୁଝର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାଗୁଡ଼ିକ ପାଇଁ ୟେଲୋଓ୍ଵାର୍ଣ୍ଣିଂ ଜାରି କରିଛନ୍ତି ପାଣିପାଗ ବିଭାଗ।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0