ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ କରୋନା ଭୂତାଣୁ ଚିହ୍ନଟ ହୋଇଥିବା ସୂଚନା ମିଳିଛି । ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କ ପତ୍ନୀ କଳ୍ପନା ସୋରେନଙ୍କ ଡ୍ରାଇଭର କାଜଲ ଠାକୁର ଏବଂ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ଜରୁରୀକାଳୀନ ସଚିବ କମଲେଶ କୁମାରଙ୍କ ସ୍ୱାବ ନମୁନା ରିପୋର୍ଟ ପଜିଟିଭ ଆସିଛି | ଦୁହେଁ ପାଟନାରୁ ଫେରି ଘରୋଇ ସଙ୍ଗରୋଧରେ ଥିଲେ | ଦୁହିଁଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ କର୍ମଚାରୀଙ୍କ ସ୍ୱାବ ନମୁନା ପରୀକ୍ଷା କରାଯିବ ବୋଲି ଜଣା ପଡିଛି | ଏହାପୂର୍ବରୁ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନ ଏବଂ ତାଙ୍କ ପତ୍ନୀଙ୍କର କରୋନା ପରୀକ୍ଷା କରାଯାଇଥିଲା, ଯେଉଁଥିରେ ଉଭୟଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା। କରୋନା ପରୀକ୍ଷା କରିଥିବା ଜଣେ ବିଧାୟକଙ୍କ ସଂସ୍ପର୍ଶରେ ଆସିଥିବାରୁ ମୁଖ୍ୟମନ୍ତ୍ରୀଙ୍କ କରୋନା ପରୀକ୍ଷା କରାଯାଇଥିଲା ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0