ଗତକାଲି ବିଧାନସଭା ସମ୍ମୁଖରେ ଆତ୍ମହତ୍ୟା ଉଦ୍ୟମ କରିଥିବା ଦୁଷ୍ମନ୍ତ ଦାସଙ୍କ ମୃତ୍ୟୁକୁ ନେଇ ରାଜନୀତି ସରଗରମ ହୋଇ ପଡିଛି | ଦୁଷ୍ମନ୍ତଙ୍କ ମୃତ୍ୟୁ ପରେ ଏବେ ଗାଁରେ ଶୋକାକୁଳ ପରିବେଶ। ଦୁଇବର୍ଷ ତଳେ ଦୁର୍ଘଟଣାର ଶିକାର ହୋଇ ଗୋଡରେ ଗଭୀର ଆଘାତ ଲାଗିଥିଲା ଦୁଷ୍ମନ୍ତଙ୍କର। ଦୁଷ୍ମନ୍ତ ଘରର ଏକମାତ୍ର ରୋଜଗାରକ୍ଷମ ବ୍ୟକ୍ତି ହୋଇଥିବାରୁ ଚିକିତ୍ସା ପାଇଁ ଜିଲ୍ଲା ପ୍ରଶାସନ ତାଙ୍କୁ କଟକ ଏସସିବିରେ ଭର୍ତ୍ତି କରିଥିଲା। ଏହି ବିବାଦରେ ବିରୋଧୀ ଦଳକୁ ଦାୟୀ କରିଛନ୍ତି ସରକାରୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ। ଦୁଷ୍ମନ୍ତଙ୍କ ଚିକିତ୍ସା ଚାଲିଥିବାବେଳେ ବିଜେପି ଦଳର ନେତାମାନେ ତାଙ୍କୁ ଆତ୍ମହତ୍ୟା ପାଇଁ ଉସୁକାଇଥିବା ସେ ଅଭିଯୋଗ କରିଛନ୍ତି। ବୁଧବାର ସେ ବିଧାନସଭା ସମ୍ମୁଖକୁ ଯାଇ ହାତ କାଟିବା ସହିତ ବିଷ ପିଇ ଦେଇଥିଲେ। ପ୍ରଥମେ ତାଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ଓ ପରେ କଟକ ନିଆଯାଇଥିବା ବେଳେ ସନ୍ଧ୍ୟାରେ ତାଙ୍କର ମୃତ୍ୟୁ ହୋଇଥିଲା।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0