spot_img

ଗତ ୨୪ ଘଣ୍ଟା ଭିତରେ ରାଜ୍ୟରେ ୫୧୦ ସଂକ୍ରମିତ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୯୭ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣରୁ ୨୧୩ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୯ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।

ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୩୩ ଜଣ, ଭଦ୍ରକରୁ ୯ ଜଣ, ବଲାଙ୍ଗୀରରୁ ୧, ବୌଦ୍ଧରୁ୧ ଜଣ, କଟକରୁ ୭୮ ଜଣ, ଗଜପତିରୁ ୭ ଜଣ, ଗଞ୍ଜାମରୁ ୧୨ ଜଣ, ଜଗତସିଂହପୁରରୁ ୨୨ ଜଣ, ଯାଜପୁରରୁ ୨୨ ଜଣ, ଝାରସୁଗୁଡ଼ାରୁ ୮ ଜଣ, କଳାହାଣ୍ଡିରୁ ୧ ଜଣ, କନ୍ଧମାଳରୁ ୪ ଜଣ, କେନ୍ଦ୍ରାପଡ଼ାରୁ ୭ ଜଣ, କେଉଁଝରରୁ ୧ ଜଣ, ଖୋର୍ଦ୍ଧାରୁ ୧୯୭ ଜଣ, କୋରାପୁଟରୁ ୩ ଜଣ, ମୟୁରଭଞ୍ଜରୁ ୧୪ ଜଣ, ନୟାଗଡ଼ରୁ ୧ ଜଣ, ପୁରୀରୁ ୨୦ ଜଣ, ରାୟଗଡ଼ାରୁ ୩ ଜଣ, ସମ୍ୱଲପୁରରୁ ୯ ଜଣ, , ସୁନ୍ଦରଗଡ଼ରୁ ୩ ଜଣ ଓ ଷ୍ଟେଟ ପୁଲରୁ ୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦, ୨୦, ୭୫୪ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦,୦୭,୦୬୬ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫୪୯୪ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular