ସେପ୍ଟେମ୍ବର ୨୪ରେ ଆମେରିକାରେ ହ୍ୱାଇଟହାଉସରେ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହେବ | ଭାରତ ଓ ଆମେରିକା ମଧ୍ୟରେ ସୃଷ୍ଟି ହୋଇଥିବା ସୁସମ୍ପର୍କକୁ ଅଧିକ ମଜବୁତ କରିବା ପାଇଁ ଏପରି ଦ୍ୱିପାକ୍ଷିକ ବୈଠକ ଆୟୋଜନ କରାଯାଇଛି । ଏଥିରେ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହେବ | ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମଧ୍ୟରେ ଉକ୍ତ ବୈଠକ ଅନୁଷ୍ଠିତ ହେବ | ମୋଦିଙ୍କ ବ୍ୟତୀତ ଏହି ବୈଠକରେ ଜାପାନ ପ୍ରଧାନମନ୍ତ୍ରୀ ୟୋଶିଡିଡେ ସୁଗା ଓ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ ସ୍କଟ ମୋରିସନ ସାମିଲ ହେବେ। ମୋଦି ଓ କମଳାଙ୍କ ମଧ୍ୟରେ ଭେଟଘାଟ ସେପ୍ଟେମ୍ବର ୨୩ରେ ହେବ। ପ୍ରଥମଥର ପାଇଁ ରାଷ୍ଟ୍ରପତି ବାଇଡେନ ହ୍ୱାଇଟହାଉସରେ ଇନ୍ ପର୍ସନ ଦ୍ୱିପାକ୍ଷିକ ବୈଠକ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କରିବେ । ଶେଷଥର ପାଇଁ ମୋଦି ଓ ବାଇଡେନଙ୍କ ମଧ୍ୟରେ ଏପ୍ରିଲ ୨୬ରେ ଫୋନରେ କଥାବାର୍ତ୍ତା ହୋଇଥିଲା ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0