ଉତ୍ତରପ୍ରଦେଶ ହ୍ୟାଣ୍ଡଲରଙ୍କ ଜରିଆରେ ପାକିସ୍ତାନରୁ ଟଙ୍କା ଆସି ଚାନ୍ଦିପୁରରେ ପହଞ୍ଚୁଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। କେବଳ ସେତିକି ନୁହେଁ, ବାଂଲାଦେଶୀ ସ୍ଲିପର ସେଲ୍ ଜରିଆରେ ମଧ୍ୟ କିଛି ଟଙ୍କା ଦିଆଯାଇଥିବା ନେଇ କ୍ରାଇମବ୍ରାଞ୍ଚ ହାତରେ ତଥ୍ୟ ଲାଗିଛି। ଉତ୍ତରପ୍ରଦେଶରେ ରହିଥିବା ପାକିସ୍ତାନୀ ହ୍ୟାଣ୍ଡଲର ସେମାନଙ୍କୁ ନିୟନ୍ତ୍ରଣ କରୁଥିବା ସୂଚନା ରହିଛି । ବର୍ତ୍ତମାନ ସେ ହ୍ୟାଣ୍ଡଲରଙ୍କୁ ଠାବ କରିବା ସହ ଅନ୍ୟ କେଉଁ କେଉଁମାନେ ଏଥିରେ ସମ୍ପୃକ୍ତ ଅଛନ୍ତି, ସେନେଇ କ୍ରାଇମବ୍ରାଞ୍ଚ ଜେରା ଆଗକୁ ବଢାଇଛି । ହ୍ୟାଣ୍ଡଲରକୁ ଠାବ କରାଯିବା ପରେ ଅଧିକ ତଦନ୍ତ ପାଇଁ NIAର ସହଯୋଗ ନିଆଯାଇପାରେ ବୋଲି ଚର୍ଚ୍ଚା ହେଉଛି । ଚାନ୍ଦିପୁର ଡିଆରଡିଓରୁ ତଥ୍ୟ ଲିକ୍ ଅଭିଯୋଗ ମାମଲାରେ କ୍ରାଇମବ୍ରାଞ୍ଚ ହାତରେ ଲାଗିଛି ସାଂଘାତିକ ତଥ୍ୟ। ଚାନ୍ଦିପୁର ଆଇଟିଆରରୁ ପାକିସ୍ତାନ ଟଙ୍କା ମିଳିବା ପରେ ଏହାର ଖୁଲାସା କରିଛି କ୍ରାଇମବ୍ରାଞ୍ଚ ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0