ପାରଳାଖେମୁଣ୍ଡି ଏସିଏଫ୍ ସୌମ୍ୟରଞ୍ଜନଙ୍କ ମୃତ୍ୟୁ ମାମଲାର ଅଭିଯୁକ୍ତ କୁହାଯାଉଥିବା ପତ୍ନୀ ବିଦ୍ୟାଭାରତୀ, ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ସୌମ୍ୟଙ୍କ ରୋଷେୟାଙ୍କର ଲାଏ ଡିଟେକ୍ସନ ଟେଷ୍ଟ କରଯାଇଥିଲା । ଏହି ମାମଲାରେ କରାଯାଇଥିବା ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚ ନିକଟରେ ପହଞ୍ଚିଛି । ସୌମ୍ୟରଞ୍ଜଙ୍କ ପତ୍ନୀ ବିଦ୍ୟାଭାରତୀ, ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ କ୍ରାଇମବ୍ରାଞ୍ଚର ହସ୍ତଗତ ହୋଇଛି । ପୂର୍ବ ବୟାନ ଓ ଲାଏ ଡିଟେକ୍ସନ ଟେଷ୍ଟ ରିପୋର୍ଟ ମଧ୍ୟରେ କ୍ରାଇମବ୍ରାଞ୍ଚ ତର୍ଜମା କରୁଛି ବୋଲି କ୍ରାଇମବ୍ରାଞ୍ଚ ଏଡିଜି ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି । ୪ ଘଣ୍ଟାରେ ବିଦ୍ୟାଭାରତୀଙ୍କୁ ୧୦୦ ପ୍ରଶ୍ନ ପଚରାଯାଇଥିଲା । ଡିଏଫଓଙ୍କୁ ୨ଘଣ୍ଟାରେ ପଚରାଯାଇଥିଲା ୧୦୦ ପ୍ରଶ୍ନ । ସେହିପରି ରୋଷେୟାଙ୍କୁ ୬୦ପ୍ରଶ୍ନ କରିଥିଲା କ୍ରାଇମବ୍ରାଞ୍ଚ ।



Visitors Today : 3
Total Visitors : 130172
Total Views : 9891619
Visitors Online Now : 0