ଆଜି ଜାତିର ଜନକ ମହାତ୍ମା ଗାନ୍ଧୀ ଓ ପୂର୍ବତନ ପ୍ରଧାନମନ୍ତ୍ରୀ ଶାସ୍ତ୍ରୀଜୀଙ୍କ ଜୟନ୍ତୀ | ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଲେଖିଛନ୍ତି, ଜନ୍ମ-ଜୟନ୍ତୀ ଉପଲକ୍ଷେ ଜାତିର ଜନକ ମହାତ୍ମା ଗାନ୍ଧୀଙ୍କୁ ବିନମ୍ର ଶ୍ରଦ୍ଧାଞ୍ଜଳି। ପୂଜ୍ୟ ବାପୁଙ୍କ ଜୀବନ ଓ ଆଦର୍ଶ ଦେଶର ସମସ୍ତ ପିଢ଼ିଙ୍କୁ କର୍ତ୍ତବ୍ୟ ପଥରେ ଅଗ୍ରସର ହେବାକୁ ପ୍ରେରଣା ଦେଉଥିବ। ସେହିଭଳି ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ ବାହାଦୁର ଶାସ୍ତ୍ରୀଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇ ପ୍ରଧାନମନ୍ତ୍ରୀ ମୋଦୀ ଟୁଇଟ୍ କରିଛନ୍ତି, ଜୟନ୍ତୀ ଅବସରରେ ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ୍ବାହାଦୁର ଶାସ୍ତ୍ରୀଜୀଙ୍କୁ ଶତ-ଶତ ପ୍ରଣାମ। ମୂଲ୍ୟବୋଧ ଏବଂ ସିଦ୍ଧାନ୍ତ ଉପରେ ପର୍ଯ୍ୟବେଶିତ ତାଙ୍କ ଜୀବନ ଦେଶବାସୀଙ୍କ ପାଇଁ ସଦାସର୍ବଦା ପ୍ରେରଣାର ସ୍ରୋତ ହୋଇ ରହିବ। ଆଜି ମହାତ୍ମା ଗାନ୍ଧୀଙ୍କ ୧୫୨ତମ ଜୟନ୍ତୀ ପାଳନର ଅଂଶବିଶେଷ ଭାବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଲକ୍ଷାଦ୍ବୀପର କବରତ୍ତୀରେ ମହାତ୍ମା ଗାନ୍ଧୀଙ୍କର ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ। ଆଜି ଗାନ୍ଧୀ ଜୟନ୍ତୀ ଅବସରରେ ଜାତିସଂଘର ମହାସଚିବ ଆଣ୍ଟୋନିଓ ଗୁଟେରେସ୍ ମଧ୍ୟ ଟୁଇଟ୍ କରି ଲେଖିଛନ୍ତି, ଘୃଣା, ବିଭାଜନ ଓ ସଂଘର୍ଷର ଦିନ ଆଉ ନାହିଁ। ସମ୍ପ୍ରତି ଶାନ୍ତି, ବିଶ୍ବାସ ଏବଂ ସହନଶୀଳତାର ନୂତନ ଯୁଗର ଅୟମାରମ୍ଭ ପାଇଁ ସମୟ ଉପଗତ ହୋଇଛି।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0