spot_img

ୟୁଜିସି ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବିଙ୍କ ଜୀବନୀ : କେନ୍ଦ୍ରଶିକ୍ଷା ମନ୍ତ୍ରୀ

ୟୁଜିସି ପାଠ୍ୟକ୍ରମରେ ସାମିଲ ହେବ ସନ୍ଥକବି ଭୀମ ଭୋଇଙ୍କ ଜୀବନି । ବିଭିନ୍ନ ରାଜ୍ୟର ବିଶ୍ୱବିଦ୍ୟାଳୟରେ ଭୀମ ଭୋଇଙ୍କ ନାଁରେ ପ୍ରତିଷ୍ଠା ହେବ ସନ୍ଥ କବି ଭୀମ ଭୋଇ ଚେୟାର। ଏନେଇ ୟୁଜିସିକୁ ନିର୍ଦ୍ଦେଶ ଦିଆଯାଇଥିବା କହିଛନ୍ତି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ୟୁଜିସି ପାଠ୍ୟକ୍ରମରେ ନୂଆ ଯୋଜନା । ଅନ୍ତରାଷ୍ଟ୍ରୀୟ ସ୍ତରରେ ଭୀମ ଭୋଇଙ୍କ ଜୀବନି ଉପରେ ଗବେଷଣା ପାଇଁ ଉଦ୍ୟମ କରାଯିବ ବୋଲି ସେ ରେଢାଖୋଲରେ ଆୟୋଜିତ କାର୍ଯ୍ୟକ୍ରମରେ କହିଥିଲେ । ଭୀମ ଭୋଇଙ୍କ ଉପରେ ଗବେଷଣା କରିବେ ବିଶିଷ୍ଟ ଦାର୍ଶନିକ । ଧର୍ମେନ୍ଦ୍ର ପ୍ରଧାନ ପଦଯାତ୍ରାରେ ଆସି ଭୀମ ଭୋଇଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଛନ୍ତି । ରେଢ଼ାଖୋଲରେ ଗାନ୍ଧିଜୀଙ୍କ ୧୫୨ତମ ଜନ୍ମ ଜୟନ୍ତୀ ଅବସରରେ ଅନୁଷ୍ଠିତ ହୋଇଥିବା ଏକ କାର୍ଯ୍ୟକ୍ରମରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଯୋଗଦେଇ ଏପରି କହିଥିଲେ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular