spot_img

ପିପିଲ ଉପନିର୍ବାଚନ ଭୋଟ ଗଣତି

ପିପିଲି ଭୋଟ ଗଣତି ଜାରି ରହିଛି । ପ୍ରଥମ ରାଉଣ୍ଡରେ ବିଜେଡ଼ିର ରୁଦ୍ର ପ୍ରସାଦ ମହାରଥିଙ୍କୁ ୪୦୫୫ ଖଣ୍ଡ ଭୋଟ, ବିଜେପିର ଆଶ୍ରୀତ ପଟ୍ଟନାୟକଙ୍କୁ ୨୬୪୯ ଖଣ୍ଡ ଭୋଟ ଓ କଂଗ୍ରେସ ପ୍ରାର୍ଥୀ ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କୁ ୭୬୬ ଖଣ୍ଡ ଭୋଟ ମିଳିଥିଲା । ପିପିଲି ଉପନିର୍ବାଚନରେ ଭୋଟ ଗଣତିକୁ ନେଇ ଏବେ ତିନି ପ୍ରମୁଖ ଦଳର ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରାଯିବ | ଦ୍ୱିତୀୟ ରାଉଣ୍ଡ ସୁଦ୍ଧା ବିଜେଡ଼ିକୁ ୯୦୩୦, ବିଜେପିକୁ ୫୭୧୩ ଖଣ୍ଡ ଓ କଂଗ୍ରେସକୁ ୯୮୧ ଖଣ୍ଡ ଭୋଟ ମିଳିଛି । ଦୁଇଟି ହଲରେ ଇଭିଏମ ଓ ଗୋଟିଏ ହଲରେ ପୋଷ୍ଟାଲ ଭୋଟ ଗଣତି ହେଉଛି । ଗୋଟିଏ ହଲରେ ୭ଟି ଲେଖାଏଁ ଟେବୁଲ ଥିବାବେଳେ ଦୁଇଟି ହଲରେ ୧୪ଟି ଟେବୁଲ ପଡ଼ିଛି । ଭୋଟ ଗଣତି ପାଇଁ ୬୨ ଜଣ କର୍ମଚାରୀଙ୍କୁ ନିୟୋଜିତ କରାଯାଇଛି । ପୁରୀ ପେଣ୍ଠକଟା ଓ୍ବେୟାର ହାଉସ୍ ଷ୍ଟ୍ରଙ୍ଗ୍‌ ରୁମରେ ତ୍ରିସ୍ତରୀୟ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଚାଲିଛି ଭୋଟ୍ ଗଣତି । ୫ ଓ ୬ ନମ୍ବର ରୁମରେ ଇଭିଏମ ଭୋଟ୍‌ ଗଣତି ହେଉଛି । ଗଣତିରେ ୬୨ ଜଣ ଅଧିକାରୀ ନିୟୋଜିତ ହୋଇଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular