ଗତକାଲି କେନ୍ଦ୍ର ସରକାରଙ୍କର ନୂତନ କୃଷିନୀତିକୁ ବିରୋଧ କରି ଆନ୍ଦୋଳନ ଚଳାଇଥିବା କୃଷକମାନଙ୍କ ଉପରେ କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଗାଡ଼ି ଚଢ଼ାଇଦେବା ଫଳରେ ଘଟଣାସ୍ଥଳରେ ୪ଜଣ କୃଷକଙ୍କର ମୃତ୍ୟୁ ଘଟିଥିଲା। ଆଜି ପୁଲିସ ସହିତ ଏକ ବୈଠକ ପରେ କୃଷକମାନେ ଆନ୍ଦୋଳନ ବନ୍ଦ କରିଥିବା ଜଣାପଡ଼ିଛି। ମୃତକଙ୍କ ପରିବାରକୁ ୪୫ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ ସରକାର ପ୍ରତିଶ୍ରୁତି ଦେଇଥିବା ବେଳେ ଆହତମାନଙ୍କୁ ୧୦ଲକ୍ଷ ଟଙ୍କାର କ୍ଷତିପୂରଣ ଦେବା ପାଇଁ ପ୍ରତିଶ୍ରୁତି ଦେଇଛନ୍ତି। ଏହା ସହ ଗାଡ଼ି ଚଢ଼ାଥିବା କେନ୍ଦ୍ର ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ କରାଯାଇଛି। ମୃତକଙ୍କ ପରିବାର ପକ୍ଷରୁ ଦିଆଯାଇଥିବା ଅଭିଯୋଗ ଆଧାରରେ ମାମଲାର ତଦନ୍ତ କରାଯିବ ବୋଲି ପୁଲିସ ଚାଷୀଙ୍କୁ ଆଶ୍ୱାସନା ଦେଇଛି। ଏହି ଘଟଣାକୁ କେନ୍ଦ୍ରକରି ତୀବ୍ର ଅସନ୍ତୋଷ ଓ ଉତ୍ତେଜନା ପ୍ରକାଶ ପାଇବା ସହ ମୃତଦେହ ଧରି ଧାରଣାରେ ବସିଥିଲେ ଚାଷୀ। ହେଲେ ଏବେ ସରକାର କ୍ଷତିପୂରଣ ଦେବା ନେଇ ପ୍ରତିଶ୍ରୁତି ଦେବା ପରେ ଚାଷୀମାନେ ଆନ୍ଦୋଳନ ବନ୍ଦ କରିଥିବା ଜଣାପଡ଼ିଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0