ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ହ୍ରାସ ପାଇବାରେ ଲାଗିଛି । ଗତ ୨୪ଘଣ୍ଟାରେ ରାଜ୍ୟରେ ୪୫୩ କରୋନା ପଜିଟିଭ ଚିହ୍ନଟ ହୋଇଛିନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୬୫ ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମଣ ରହିଛି ୧୮୮ ଓ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ୫୩ ଜଣ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ଲକ୍ଷ ୨୮ହଜାର ୮୧୯କୁ ବୃଦ୍ଧି ପାଇଛି । ଏହାକ ସହିିତ ବର୍ତ୍ତମାନ ରାଜ୍ୟରେ ଅକ୍ଟିଭ କେସ୍ ରହିଛି ୪ହଜାର ୯୩୫ଜଣ । ସୂଚନା ଓ ଲୋକସମ୍ପର୍କ ବିଭାଗର ରିପୋର୍ଟ ଅନୁସାରେ ଅନୁଗୁଳରୁ ଜଣେ, ବାଲେଶ୍ୱରରୁ ୧୭, ବରଗଡରୁ ୧, ଭଦ୍ରକରୁ ୪, ବଲାଙ୍ଗୀରରୁ ୧, ବୌଦ୍ଧରୁ ୧, କଟକରୁ ୫୯, ଦେବଗଡରୁ ୩, ଢେଙ୍କାନାଳରୁ ୧, ଗଞ୍ଜାମରୁ ୨, ଜଗତସିଂହପୁରରୁ ୨୪, ଯାଜପୁରରୁ ୧୩, ଝାରସୁଗୁଡାରୁ ୧, କେନ୍ଦ୍ରପଡାରୁ ୪, କେନ୍ଦୁଝରରୁ ୧, ଖୋର୍ଦ୍ଧାରୁ ୨୦୧, କୋରାପୁଟରୁ ୩, ମୟୂରଭଞ୍ଜରୁ ୨୨, ନୟାଗହରୁ ୩, ପୁରୀରୁ ୧୯, ରାୟଗଡାରୁ ୩, ସମ୍ବଲପୁରରୁ ୧୮, ସୁନ୍ଦରଗଡରୁ ୬ ଓ ରାଜ୍ୟପୁଲରୁ ୪୫ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛିନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0