ଆଜିଠୁ ପୁରୀ ଜିଲ୍ଲା ବ୍ରହ୍ମଗିରି ଗସ୍ତରେ ଆସୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ । ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ଏକାଧିକ ପ୍ରକଳ୍ପର ଉଦଘାଟନ ସହ କେରାଣ୍ଡିଆ ହେଲିପ୍ୟାଡରେ ଏକ ସାଧାରଣ ସଭାର ଆୟୋଜନ କରାଯାଇଛି । ଏଥିସହ ବ୍ରହ୍ମଗିରି ବିକାଶ ପାଇଁ ପ୍ରାୟ ହଜାରେ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ । ବ୍ରହ୍ମଗିରି ବ୍ଲକରେ ନବନିର୍ମିତ ମିନି ସଚିବାଳୟର ଶୁଭାରମ୍ଭ କରିବା କାର୍ଯ୍ୟକ୍ରମ ରହିଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0