ଚଳିତ ବର୍ଷ ଜୁଲାଇରେ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଥିଲା । DA-କୁ ୧୭%ରୁ ବଢ଼ାଇ ୨୮%କୁ କରିଥିଲେ କେନ୍ଦ୍ର ସରକାର । ଏନେଇ କେନ୍ଦ୍ର କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ରକାରୀ କର୍ମଚାରୀଙ୍କୁ ରାଜ୍ୟ ସରକାରଙ୍କ ପୂଜା ଭେଟି। ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ବୃଦ୍ଧି ପାଇଛି। ଜୁଲାଇ ୨୧ରୁ ମହଙ୍ଗା ଭତ୍ତାରେ ୧୧ ପ୍ରତିଶତ ବୃଦ୍ଧି ହୋଇଛି। ବର୍ଦ୍ଧିତ ଭତ୍ତା ଅକ୍ଟୋବର ମାସ ଦରମାରେ ମିଳିବ। ବର୍ତ୍ତମାନ ମହଙ୍ଗା ଭତ୍ତା ୧୭%ରୁ ବଢ଼ି ୨୮%ରେ ପହଞ୍ଚିଛି। ଏହାଦ୍ୱାରା ୪ ଲକ୍ଷ କର୍ମଚାରୀ ଓ ସାଢ଼େ ୩ ଲକ୍ଷ ପେନ୍ସନ୍ ଭୋଗୀ ଉପକୃତ ହେବେ। ଅକ୍ଟୋବର ଦରମାରେ ମିଳିବ ବର୍ଦ୍ଧିତ ଭତ୍ତା । ପୂଜା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ସରକାରୀ କର୍ମଚାରୀ ଓ ପେନସନ୍ ଭୋଗୀଙ୍କ ପାଇଁ ୧୧ ପ୍ରତିଶତ ମହଙ୍ଗା ଭତ୍ତା ଘୋଷଣା କରିଛନ୍ତି । ଏହି ନିଷ୍ପତି ଦ୍ୱାରା ରାଜ୍ୟର ୪ ଲକ୍ଷ କର୍ମଚାରୀ ଓ ସାଢେ ୩ ଲକ୍ଷ ପେନସନ ଭୋଗୀ ଉପକୃତ ହେବେ । ଏହା ଫଳରେ ବର୍ତମାନ ମହଙ୍ଗା ଭତା ୧୭ ପ୍ରତିଶତରୁ ବଢି ୨୮ ପ୍ରତିଶତରେ ପହଂଚିଲା । ବକେୟା ୩ ମାସର ବର୍ଦ୍ଧିତ ଭତ୍ତା ମଧ୍ୟ ଅକ୍ଟୋବର ଦରମାରେ ମିଳିବ ବୋଲି କୁହାଯାଇଛି ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0