ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଦେବଗଡ ଜିଲ୍ଲା ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ପୂର୍ବରୁ ରାଜ୍ୟର ପାଞ୍ଚଟି ଜିଲ୍ଲା – ମାଲକାନଗିରି, ସୁନ୍ଦରଗଡ, ବଲାଙ୍ଗୀର, ଗଜପତି ଏବଂ ପୁରୀରେ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ୧୦ ଲକ୍ଷ ଲୋକ ଏହି ସ୍ମାର୍ଟ ହେଲ୍ଥ କାର୍ଡ ପାଇଥିବା ବେଳେ, ୧୦,୬୫୭ ଜଣ ହିତାଧିକାରୀ ବିଭିନ୍ନ ଘରୋଇ ଡାକ୍ତରଖାନାରେ କୋଡ଼ିଏ କୋଟି ଟଙ୍କାର ସ୍ଵାସ୍ଥ୍ୟ ସୁବିଧା ପାଇଲେଣି। ହିତାଧିକାରୀମାନେ ବିନା ଖର୍ଚ୍ଚରେ ଉନ୍ନତ ସ୍ଵାସ୍ଥ୍ୟ ସେବା ପାଉଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଦେବଗଡ ଜିଲ୍ଲାରେ ଆଜି ୭ ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ । ଏଥିରେ ୫୭୦ କୋଟି ଟଙ୍କାର ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ଦିଆଯାଇଥିବା ବେଳେ ୧୩୬ କୋଟି ଟଙ୍କାର ପ୍ରକଳ୍ପର ଉଦ୍ଘାଟନ କରାଯାଇଛି । ଜିଲ୍ଲାରେ ଶିକ୍ଷାବିକାଶ କାର୍ଯ୍ୟକ୍ରମ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୫-ଟି କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ୮୭ ଟି ସରକାରୀ ହାଇସ୍କୁଲର ରୂପାନ୍ତର କରାଯିବ ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0