ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୪ ହଜାରରୁ ଯଥେଷ୍ଟ ଥିବା ବେଳେ ମୃତ୍ୟୁସଂଖ୍ୟା ୨୦୦ରୁ କମ୍ ଅଛି।
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ବୁଧବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୪,୬୨୩ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୧୯୭ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୦୮,୯୯୬ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୧୯୭ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୨,୬୫୧ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୯,୪୪୬ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୪,୭୮,୨୪୭। ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୮,୦୯୮ ।



Visitors Today : 0
Total Visitors : 130783
Total Views : 9900021
Visitors Online Now : 0