ନୂଆଦିଲ୍ଲୀ: ଦେଶରେ କରୋନାଭାଇରସ୍ଜନିତ ମହାମାରୀ ବ୍ୟାପିବା ଦିନ ଠାରୁ ଆଜି ଦୈନିକ ସଂକ୍ରମଣ ସଂଖ୍ୟା ୧୬ ହଜାରରୁ ଥିବା ବେଳେ ମୃତ୍ୟୁସଂଖ୍ୟା ୬୦୦ରୁ କିଛି ଅଧିକ ଅଛି।କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳାୟ ତଥ୍ୟ ଅନୁସାରେ, ଶନିବାର ସକାଳ ୮ଟା ସୁଦ୍ଧା ସମଗ୍ର ଦେଶରେ ୨୪ ଘଣ୍ଟା ମଧ୍ୟରେ ୧୬,୩୨୬ କରୋନାଭାଇରସ୍ଜନିତ ନୂତନ ସଂକ୍ରମଣ ଓ ୬୬୬ ମୃତ୍ୟୁ ରେକର୍ଡ କରାଯାଇଛି। ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଥିବା ନୂତନ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୩,୪୧,୫୯,୫୬୨ରେ ପହଞ୍ଚିଛି।
ଗତ ୨୪ ଘଣ୍ଟାରେ ହୋଇଥିବା ୬୬୬ ମୃତ୍ୟୁକୁ ମିଶାଇ ଭାରତରେ ସମୁଦାୟ କୋଭିଡ୍-୧୯ଜନିତ ମୃତ୍ୟୁସଂଖ୍ୟା ୪,୫୩,୭୦୮ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ କୋଭିଡ୍-୧୯ ସଂକ୍ରମଣରୁ ସୁସ୍ଥ ହୋଇଥିବା ୧୭,୬୭୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ସମ୍ପ୍ରତି ଦେଶରେ ସମୁଦାୟ ସୁସ୍ଥତା ସଂଖ୍ୟା ହେଉଛି ୩,୩୫,୩୨,୧୨୬।ଏହାଛଡ଼ା, ଏବେ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ହେଉଛି ୧,୭୩,୭୨୮।ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ, ଗତକାଲି ସନ୍ଧ୍ୟା ୬ଟା ସୁଦ୍ଧା ସମୁଦାୟ ୧୦୧.୩୦ କୋଟି ହିତାଧିକାରୀଙ୍କୁ ଟିକା ଦିଆଯାଇଛି। ‘ଆଇସିଏମ୍ଆର୍’ କହିବା ଅନୁସାରେ, ଏହି ଭୂତାଣୁଜନିତ ରୋଗ ଚିହ୍ନଟ ପାଇଁ ଅକ୍ଟୋବର ୨୨ ତାରିଖ ସୁଦ୍ଧା ସମୁଦାୟ ୫୯.୮୪ କୋଟି ପରୀକ୍ଷା କରାଯାଇଛି।



Visitors Today : 4
Total Visitors : 130422
Total Views : 9891952
Visitors Online Now : 0