ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨୫ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୪୯ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୭୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୭୧ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଚିନ୍ତା ବଢାଉଛି ଖୋର୍ଦ୍ଧା। ରେଡ୍ ଜୋନ୍ ଠାରୁ ଦୂରରେ ନାହିଁ ଜିଲ୍ଲା। ଏବେ ୟେଲୋ ଜୋନ୍ରେ ରହିଛି ଖୋର୍ଦ୍ଧା। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୨୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କେବଳ ଖୋର୍ଦ୍ଧାରୁ ୨୧୧ ନୂଆ କେସ୍ ରହିଛି। ଆଉ ୩କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭିଟି ରେଟ୍ ରହିଛି ୦.୬୫ ପ୍ରତିଶତ ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0