ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨୫୨ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୧୮୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୪ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୦୭ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧ ଜଣ, ବାଲେଶ୍ୱରରୁ ୮ ଜଣ, ବରଗଡ଼ରୁ ୬ ଜଣ, ଭଦ୍ରକରୁ ୭ ଜଣ, ବଲାଙ୍ଗୀରୁ ୧ ଜଣ, କଟକରୁ ୩୬ ଜଣ, ଦେବଗଡ଼ରୁ ୮ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୨ ଜଣ, ଜଗତସିଂହପୁରରୁ ୧୪ ଜଣ, ଯାଜପୁରରୁ ୮ ଜଣ, ଝାରସୁଗୁଡ଼ାରୁ ୨ ଜଣ, କଳାହାଣ୍ଡିରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, ଖୋର୍ଦ୍ଧାରୁ ୨୦୭ ଜଣ, ମୟୂରଭଞ୍ଜରୁ ୧୫ ଜଣ, ନୟାଗଡ଼ରୁ ୪ ଜଣ, ନୂଆପଡ଼ାରୁ ୯ ଜଣ, ପୁରୀରୁ ୮ ଜଣ, ରାୟଗଡ଼ାରୁ ୨ ଜଣ, ସମ୍ୱଲପୁରରୁ ୧୭ ଜଣ, ସୋନପୁରରୁ ୧ ଜଣ, ସୁନ୍ଦରଗଡ଼ରୁ ୧୨ ଜଣ ଓ ଷ୍ଟେଟ ପୁଲରୁ ୪୯ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୯ ହଜାର ୨୬୯ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୨୬ ହଜାର ୨୭୭ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୪ ହଜାର ୬୨୩ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।



Visitors Today : 5
Total Visitors : 130783
Total Views : 9900021
Visitors Online Now : 0