ହୃଦ୍ଘାତର ଶିକାର ହୋଇଛନ୍ତି କନ୍ନଡ଼ ଅଭିନେତା ପୁନୀତ ରାଜକୁମାର। ତାଙ୍କୁ ବେଙ୍ଗାଲୁରୁର ବିକ୍ରମ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି। ତାଙ୍କ ଅବସ୍ଥା ଗୁରୁତର ରହିଛି ଓ ତାଙ୍କୁ ଆଇସିୟୁରେ ରଖାଯାଇଛି। ଏକ ଡାକ୍ତରୀ ଟିମ୍ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ନଜର ରଖିଛନ୍ତି। ୪୬ ବର୍ଷୀୟ ପୁନୀତ୍ଙ୍କର ଆଜି ଦିନ ପ୍ରାୟ ସାଢ଼େ ୧୧ଟା ବେଳେ ହାର୍ଟଆଟାକ୍ ହୋଇଥିଲା। ତା’ପରେ ତାଙ୍କୁ ଡାକ୍ତରଖାନା ନିଆଯାଇଥିଲା। ପୁନୀତ୍ଙ୍କୁ ଫ୍ୟାନ୍ମାନେ ଆପୁ ବୋଲି ସମ୍ବୋଧନ କରନ୍ତି। ସେ ହେଉଛନ୍ତି କନ୍ନଡ଼ର ପ୍ରଖ୍ୟାତ ଅଭିନେତା ରାଜକୁମାରଙ୍କ ପୁଅ। ଅନ୍ୟପକ୍ଷରେ କର୍ଣ୍ଣାଟକା ମୁଖ୍ୟମନ୍ତ୍ରୀ ବାସବରାଜ ଏସ୍ ବୋମାଇ ମଧ୍ୟ ହସ୍ପିଟାଲ୍ ଯାଇ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଓ ଚିକିତ୍ସା ବ୍ୟବସ୍ଥା ସଂପର୍କରେ ଡାକ୍ତରମାନଙ୍କୁ ପଚାରି ବୁଝିଛନ୍ତି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0