ଭୁବନେଶ୍ୱର : ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଆରମ୍ଭ ହେବ ବୋଲି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି ସୂଚନା ଦେଇଛନ୍ତି। ସେ କହିଛନ୍ତି, ୨୦୨୨ ଜାନୁଆରୀ ସୁଦ୍ଧା ୧୮ ବର୍ଷ ହେଉଥିବା ବ୍ୟକ୍ତିମାନେ ଏଥିରେ ସାମିଲ ହୋଇ ପାରିବେ। ଯେଉଁମାନେ ଯୋଗ୍ୟ ଭୋଟର ହୋଇଥିବେ, ସେମାନଙ୍କର ଭୋଟର ଲିଷ୍ଟରେ ନାଁ ନଥିବ କିମ୍ବା ଯେଉଁମାନେ ଭୋଟର ଲିଷ୍ଟରୁ ନାଁ କାଟିବାକୁ ଚାହୁଁଥିବେ କିମ୍ୱା ତ୍ରୁଟି ସଂଶୋଧନ କରି ପାରିବେ। ଏହି ବ୍ୟବସ୍ଥା ଚଳିତ ଥର ଅନଲାଇନ ବ୍ୟବସ୍ଥା ମାଧ୍ୟମରେ କରାଯିବ। ପୂର୍ବରୁ ଏହା ଅଫ ଲାଇନରେ କରାଯାଉଥିଲା।
ଏକ ସ୍ୱତନ୍ତ୍ର ଆପ ମାଧ୍ୟମରେ ଏହି ସଂଶୋଧନ ପ୍ରକ୍ରିୟା ଲୋକମାନେ କରି ପାରିବେ। ଏଥିପାଇଁ ନିର୍ଦ୍ଦିଷ୍ଟ କିଛି ପ୍ରମାଣପତ୍ର ଲୋକମାନଙ୍କୁ ଦେବାକୁ ହେବ। ଏହାପରେ ସରକାରୀ ଅଧିକାରୀମାନେ ଘରକୁ ଯାଇ ଆପଣଙ୍କୁ କାର୍ଡ ଯୋଗାଇ ଦେବେ କିମ୍ୱା ସ୍ପିଡ ପୋଷ୍ଟ ମାଧ୍ୟମରେ ଘରକୁ ପଠାଯିବ। ନଭେମ୍ବର ୭ ଓ ୨୧ ତାରିଖ ଅର୍ଥାତ ଏହି ମାସର ଦୁଇ ରବିବାରରେ ପ୍ରଥମ ଓ ତୃତୀୟ ରବିବାର ଦିନ ସରକାରୀ ଅଧିକାରୀମାନେ ବୁଥରେ ରହିବେ।ଲୋକମାନେ ସେଠାକୁ ଯାଇ ଭୋଟର ତାଲିକା ସଂଶୋଧନ କରିପାରିବେ।
ଉପାନ୍ତ ଅଞ୍ଚଳରେ ଭୋଟର ତାଲିକା ସଂଶୋଧନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବ। ଏକ ମାସ ମଧ୍ୟରେ ଲୋକମାନେ ସଂଶୋଧନ ପାଇଁ ଆବେଦନ କରି ପାରିବେ। ଏହାର ତର୍ଜମା ପାଇଁ ୨୦ ଦିନ ସମୟ ଲାଗିବ। ଜାନୁଆରୀ ୬ ତାରିଖରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇବ। ଦୁଇଟି ଭୋଟର ଆଇଡି ଥିବା ଏକ ଲକ୍ଷ ଲୋକଙ୍କୁ ଆମେ ଅଟୋ ମେକାନିଜମ ଦ୍ୱାରା ବାଦ ଦେଇ ସାରିଛୁ। ଆହୁରି ୪ ଲକ୍ଷ ଆବେଦନ ମଧ୍ୟ ରହିଥିବା କହିଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0