ଭୁବନେଶ୍ୱର ଏବଂ ଜୟପୁର ମଧ୍ୟରେ ସିଧାସଳଖ ବିମାନ ଉଡ଼ାଣ ଆରମ୍ଭ। ଏବେ ଆପଣ ଭୁବନେଶ୍ୱରରୁ ସିଧାସଳଖ ରାଜସ୍ଥାନର ରାଜଧାନୀ ଗୋଲାପି ସହର ଜୟପୁରକୁ ଯାତ୍ରା କରିପାରିବେ। ଭୁବନେଶ୍ବରରେ ଏବେ ୧୧ଲକ୍ଷ ରାଜସ୍ଥାନବାସୀ ରହୁଥିବା ବେଳେ ବର୍ତ୍ତମାନ ସେମାନଙ୍କୁ ଜୟପୁର ଯିବା ପାଇଁ ଏବେ କୌଣସି ସମସ୍ୟା ହେବ ନାହିଁ। ବହୁ ଦିନର ଅପେକ୍ଷା ପରେ ଏବେ କେନ୍ଦ୍ର ସରକାର ଏବଂ ଓଡ଼ିଶା ସରକାରଙ୍କ ମିଳିତ ପ୍ରୟାସ ପାଇଁ ଏହା ସଫଳ ହୋଇପାରିଛି। ବର୍ତ୍ତମାନ ୩ଟି ଇଣ୍ଡିଗୋ ବିମାନ ପ୍ରତି ସପ୍ତାହରେ ଭୁବନେଶ୍ୱର ଏବଂ ଜୟପୁର ମଧ୍ୟରେ ଚଳାଚଳ କରିବ। ପୂର୍ବରୁ ଏହି ସୁବିଧା ଉପଲବ୍ଧ ନଥିବାରୁ ପର୍ଯ୍ୟଟକଙ୍କୁ ଆକର୍ଷିତ କରିବା ପାଇଁ ମନ୍ଦିରମାଳିନୀ ନଗରୀ ଭୁବନେଶ୍ୱର ଓ ଗୋଲାପି ସହର ଜୟପୁର ମଧ୍ୟରେ ସିଧାସଳଖ ବିମାନ ଚଳାଚଳ କରିବାକୁ ଓଡିଶା ସରକାର ଦାବି କରିଥିଲେ। ସେପ୍ଟେମ୍ବର ୧୭ରେ ଦୁଇ ସହର ମଧ୍ୟରେ ବିମାନ ସେବା ଆରମ୍ଭ କରିବାକୁ ତାଙ୍କର ହସ୍ତକ୍ଷେପ ଲୋଡି ସିନ୍ଧିଆଙ୍କୁ ଚିଠି ଲେଖିଥିଲେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆଜି ଭର୍ଚୁଆଲ ମାଧ୍ୟମରେ ଏହାର ଉଦଘାଟନ କରାଯାଇଥିବା ବେଳେ ଉଦଘାଟନୀ ସମାରୋହରେ ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ, କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, କେନ୍ଦ୍ର ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ଇଣ୍ଡିଗୋର ବରିଷ୍ଠ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0