spot_img

କଂଗ୍ରେସର ବନ୍ଦ ଡାକରାକୁ ନେଇ ହାଇକୋର୍ଟଙ୍କ ନିର୍ଦେଶ

ଓଡିଶା ବନ୍ଦ ପାଳନକୁ ବିରୋଧ କରି ହାଇକୋର୍ଟ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ହାଇକୋର୍ଟ କହିଛନ୍ତି, ବନ୍ଦ ବେଳେ ଦୋକାନ ବଜାର ବନ୍ଦ କରିବା ପାଇଁ କେହି ବାଧ୍ୟ କରିପାରିବେନି । ଅଖଚକ ବନ୍ଦ ପାଳନ ସମ୍ପୂର୍ଣ୍ଣ ବେଆଇନ । ସାଧାରଣ ଜନମାମଲା ରୁଜୁ ହୋଇଛି। ଏହାର ବିଚାର କରିଜୀବନ ପ୍ରଭାବିତ କଲା ଭଳି କାମ ହେବା ଉଚିତ ନୁହେଁ । ଆଇନ ଉଲ୍ଲଘଂନ କଲେ କାର୍ଯ୍ୟାନୁଷ୍ଠାନ ପାଇଁ ଡିଜିପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ମମିତା ମେହେର ହତ୍ୟା ମାମଲାରେ ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ଇସ୍ତଫା ଦାବିରେ ନଭେମ୍ବର ୧୨ରେ କଂଗ୍ରେସ ୬ଘଣ୍ଟିଆ ଓଡ଼ିଶା ବନ୍ଦ ଡ଼ାକରା ଦେଇଛି । ସକାଳ ୬ଟାରୁ ଦିନ ୧୨ଟା ଯାଏଁ କଂଗ୍ରେସ ବନ୍ଦ ପାଳନ କରିବ । ବନ୍ଦ ବେଳେ ଅତ୍ୟାବଶ୍ୟକୀୟ ସେବା ଗୁଡ଼ିକରେ ବାଧା ଦିଆଯିବ ନାହିଁ ବୋଲି କଂଗ୍ରେସ ପକ୍ଷରୁ କୁହାଯାଇଛି। ରାସ୍ତାଘାଟରେ ଗାଡି ଅଟକାଇପାରିବେନି । ସେହିପରି ଟ୍ରେନ, ବସ ଚଳାଚଳକୁ ମଧ୍ୟ ରୋକାଯିବ ନାହିଁ । ଶାନ୍ତିପୂର୍ଣ୍ଣ ଭାବେ ବନ୍ଦ ପାଳନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular