ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୦୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୨୧ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୮୫ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୩୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୦ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।
ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୨ ଜଣ, ବାଲେଶ୍ୱର ଜିଲ୍ଲାରୁ ୩ ଜଣ, ଭଦ୍ରକରୁ ୩ ଜଣ, ବୌଦ୍ଧ ଜିଲ୍ଲାରୁ ୨ ଜଣ, କଟକରୁ ୧୫ ଜଣ, ଢେଙ୍କାନାଳରୁ ୧ ଜଣ, ଗଞ୍ଜାମରୁ ୩ ଜଣ, ଜଗତସିଂହପୁରରୁ ୪ ଜଣ, ଯାଜପୁରରୁ ୧୨ ଜଣ, ଝାରସୁଗୁଡ଼ାରୁ ୩ ଜଣ, କନ୍ଧମାଳରୁ ୧ ଜଣ, କେନ୍ଦ୍ରାପଡ଼ାରୁ ୨ ଜଣ, କେନ୍ଦୁଝରରୁ ୨ ଜଣ, ଖୋର୍ଦ୍ଧାରୁ ୧୨୦ ଜଣ, ସମ୍ୱଲପୁରରୁ ୩ ଜଣ, ସୁନ୍ଦରଗଡ଼ରୁ ୫ ଜଣ ଓ ଷ୍ଟେଟ ପୁଲରୁ ୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୪୫ ହଜାର ୮୬୨ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୩୪ ହଜାର ୭୫୯ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୨ ହଜାର ୬୬୯ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।



Visitors Today : 0
Total Visitors : 130783
Total Views : 9900021
Visitors Online Now : 0