ଆଜିଠାରୁ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଲାଗି ରାଜ୍ୟ ସରକାର ଅନୁମତି ଦେଇଛନ୍ତି। କରୋନା କଟକଣା ଭିତରେ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି ଆୟୋଜିତ ହୋଇପାରିବ ବୋଲି ସ୍ବତନ୍ତ୍ର ରିଲିଫ୍ କମିସନରଙ୍କ ପକ୍ଷରୁ ଏନେଇ ନୂତନ ଗାଇଡଲାଇନ୍ ଜାରି କରାଯାଇଛି। ଏସବୁ ଲାଗି ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ ଓ ପୌର କମିସନରଙ୍କଠାରୁ ଅନୁମତି ନେବାକୁ ପଡ଼ିବ। ଖୋଲା ଜାଗାରେ ୨ ହଜାର ଲୋକଙ୍କୁ ନେଇ ଯାତ୍ରା, ଅପେରା, ଡ୍ରାମା ଓ ମେଲୋଡି ଆଦି ଆୟୋଜିତ ହୋଇପାରିବ। ଏହି ନୂଆ ମାର୍ଗଦର୍ଶିକାରେ ଆହୁରି ବି ସ୍ପଷ୍ଟ ଭାବେ ଦର୍ଶାଯାଇଛି ଯେ ଯେଉଁମାନେ ଡବଲ୍ ଡୋଜ୍ କୋଭିଡ୍ ଟିକା ନେଇଥିବେ ବା ୭୨ ଘଣ୍ଟା ପୂର୍ବରୁ ଆଣ୍ଟିଜେନ୍ ବା ଆରଟିପିସିଆର୍ ଟେଷ୍ଟ କରାଇଥିବେ କେବଳ ସେହିମାନଙ୍କୁ ଏହି ସାଂସ୍କୃତିକ କାର୍ଯ୍ୟକ୍ରମମାନଙ୍କରେ ଯୋଗ ଦେବା ଲାଗି ଅନୁମତି ମିଳିବ। ତେବେ ଏଥିରେ ୬୫ ବର୍ଷରୁ ଅଧିକ ବ୍ୟକ୍ତି ଓ ଗର୍ଭବତୀ ମହିଳାଙ୍କୁ ଯୋଗ ଦେବା ଲାଗି ବାରଣ କରାଯାଇଛି। ଅନଲାଇନ୍ ବା ଅଧିକସଂଖ୍ୟକ କାଉଣ୍ଟରରେ ଟିକେଟ୍ ବୁକିଂ କରାଯିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ୫୦ ପ୍ରତିଶତ ଦର୍ଶକଙ୍କୁ ନେଇ ସିନେମା ହଲ୍ ଚାଲିପାରିବ ବୋଲି କୁହାଯାଇଛି। ହଲ୍ ଭିତରେ ସାଂସ୍କୃତିକ କାର୍ଯ୍ୟକ୍ରମ କରାଗଲେ ସେଠାରେ ମଧ୍ୟ କରୋନା କଟକଣା ମାନିବାକୁ ପଡ଼ିବ।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0