ଜୀବନ ଯୁଦ୍ଧରେ ହାରିଗଲେ ବ୍ରହ୍ମପୁର ବାସୁଦେବନଗର ଅଞ୍ଚଳର ଅମ୍ରିତଙ୍କ ପ୍ରଧାନ। ଅମ୍ରିତ କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଅବସ୍ଥାରେ ଗତ ଜୁନ୍ ମାସରେ ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲା। ସେଠାରେ ତାଙ୍କର ଇକମୋ ଚିକିତ୍ସା ଚାଲିଥିଲା। ଇକମୋ ଚିକିତ୍ସାରେ ସଂପୂର୍ଣ୍ଣ ସୁସ୍ଥ ନ ହେବାରୁ ଫୁସଫୁସ୍ ଟ୍ରାନ୍ସପ୍ଲାଣ୍ଟ ପାଇଁ ଡାକ୍ତର ପରାମର୍ଶ ଦେଇଥିଲେ। ଗତ ମାସରେ ତାଙ୍କର ଫୁସଫୁସ ପ୍ରତିରୋପଣ କରାଯାଇଥିଲା। ତେବେ ଗତକାଲି ରାତି ପ୍ରାୟ ୧୦ଟା ବେଳେ ଅମ୍ରିତଙ୍କ ମୃତ୍ୟୁ ହୋଇଥିବା ନେଇ ତାଙ୍କ ଭଉଣୀ ପ୍ରକୃତି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଆମେ ସମସ୍ତେ ଭାବୁଥିଲୁ ଯେ ସେ ସମ୍ପୂର୍ଣ୍ଣ ସୁସ୍ଥ ହୋଇ ଘରକୁ ଫେରି ଆସିବ କିନ୍ତୁ ସେ ସମସ୍ତଙ୍କୁ ଧୋକା ଦେଇ ଆରପାରିକୁ ଚାଲିଗଲା | ଗତ ଜୁନ ୩ ତାରିଖରେ ଭୁବନେଶ୍ୱରରୁ ଚେନ୍ନାଇକୁ ଏୟାରଲିଫ୍ଟ ହୋଇଥିଲେ ଅମ୍ରିତ ପ୍ରଧାନ। ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ଅମ୍ରିତଙ୍କୁ ଏୟାର ଆମ୍ବୁଲାନ୍ସ ଯୋଗେ ଚେନ୍ନାଇ ସ୍ଥିତ ଆପୋଲୋକୁ ସ୍ଥାନାନ୍ତର କରାଯାଇଥିଲା। ଅମ୍ରିତଙ୍କୁ ଏୟାରଲିଫ୍ଟ କରିବା ପାଇଁ ଚେନ୍ନାଇ ଆପୋଲୋରୁ ୬ ଜଣିଆ ଡାକ୍ତରୀ ଦଳ ଆସିଥିଲେ।



Visitors Today : 1
Total Visitors : 130424
Total Views : 9891955
Visitors Online Now : 0