ଡିସେମ୍ବର ୬ତାରିଖ ଦିନଠାରୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଜାତୀୟ ଗ୍ରାମାଞ୍ଚଳ ମେଧାବୃତ୍ତି ପରୀକ୍ଷା ଅନୁଷ୍ଠିତ ହେବ। ସକାଳ ୧୦ଟାରୁ ପରୀକ୍ଷା ଆରମ୍ଭ ହୋଇ ୧୨ଟା ପର୍ଯ୍ୟନ୍ତ ଚାଲିବ । ଏହି ପରୀକ୍ଷା ରାଜ୍ୟର ୩୪୭ଟି ପରୀକ୍ଷା କେନ୍ଦ୍ରରେ ଅନୁଷ୍ଠିତ ହେବ। ନବମ ଶ୍ରେଣୀରେ ପଢ଼ୁଥିବା ଓଡ଼ିଆ ମାଧ୍ୟମ ଛାତ୍ରଛାତ୍ରୀମାନେ ଏହି ପରୀକ୍ଷା ପାଇଁ ଯୋଗ୍ୟ। ମୋଟ ୫୫ ହଜାର ୯୩୯ ଜଣ ଛାତ୍ରଛାତ୍ରୀ ପରୀକ୍ଷା ପାଇଁ ଫର୍ମପୂରଣ କରିଛନ୍ତି । ଫର୍ମପୂରଣ କରିଥିବା ପରୀକ୍ଷାର୍ଥୀଙ୍କ ଆଡ୍ମିଟ କାର୍ଡ ବୋର୍ଡ ୱେବ୍ ସାଇଟ୍ www.bseodisha.ac.in ରେ ଉପଲବ୍ଧ ହେଉଛି।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0