spot_img

ପଞ୍ଚଭୂତରେ ବିଲୀନ ହେଲେ ଚାଟଶାଳୀର ଅବଧାନେ ନନ୍ଦ ସାର୍‌

ପଞ୍ଚଭୂତରେ ବିଲୀନ ହେଲେ ପଦ୍ମଶ୍ରୀ ନନ୍ଦ କିଶୋର ପୃଷ୍ଟି ତଥା ସମସ୍ତଙ୍କ ପ୍ରିୟର ନନ୍ଦ ସାର୍ । ଯାଜପୁର ଜିଲ୍ଲା ସ୍ଥିତ ନିଜ ପୈତୃକ ଗାଁ କନ୍ତିରାରେ ତାଙ୍କ ଅନ୍ତିମ ସତ୍କାର କରାଯାଇଛି । ନନ୍ଦ ସାରଙ୍କ ସାନପୁଅ ନିରଂଜନ ପୃଷ୍ଟି ମୁଖାଗ୍ନି ଦେଇଥିଲେ । ସମ୍ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଯାଜପୁର ବୈତରଣୀ ନଦୀ କୂଳରେ ଥିବା ବାରୁଣୀ ମହା ଶ୍ମଶାନରେ ନନ୍ଦ ସାର୍‌ଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି । ଶେଷକୃତ୍ୟ ସମ୍ପନ୍ନ ବେଳେ କୋଭିଡ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରାଯାଇଛି। କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ଥିବା ନନ୍ଦ ସାର୍ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ହେଲେ ସବୁ ପ୍ରକାର ଚେଷ୍ଟା ସତ୍ତ୍ୱେ ୧୦୪ ବର୍ଷରେ ଗତକାଲି ସେ ଆଖି ବୁଜିଥିଲେ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular