ତାମିଲନାଡ଼ୁ କୁନ୍ନୁରଠାରେ ହେଲିକପ୍ଟର ଦୁର୍ଘଟଣାର ସିଡିଏସ୍ ବିପିନ୍ ରାୱତଙ୍କ ସହ ସହିଦ ହୋଇଥିବା ଓଡ଼ିଆ ଯବାନ ରାଣାପ୍ରତାପ ଦାସଙ୍କ ପାର୍ଥିବ ଶରୀର ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ପହଞ୍ଚିଛି। ରାଣା ପ୍ରତାପଙ୍କ ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ। ରାଣାଙ୍କ ମରଶରୀରକୁ ତାଙ୍କ ଜନ୍ମମାଟି ତାଳଚେର କଣ୍ଢାଳ ପଞ୍ଚାୟତର କୃଷ୍ଣଚନ୍ଦ୍ରପୁର ଗାଁକୁ ନିଆଯିବ ବୋଲି ଜଣାପଡ଼ିଛି। ରାଷ୍ଟ୍ରୀୟ ମର୍ଯ୍ୟାଦା ଅନୁସାରେ ସେଠାରେ ତାଙ୍କର ଶେଷକୃତ୍ୟ ସଂପନ୍ନ କରାଯିବ। ବିମାନ ବନ୍ଦରରେ ଓଡ଼ିଆ ଯବାନ ରାଣାପ୍ରତାପ ଦାସଙ୍କୁ ଗାର୍ଡ ଅଫ୍ ଅନର୍ ଦିଆଯାଇଥିଲା। ରାଣାଙ୍କ ଶେଷ ଦର୍ଶନ ପାଇଁ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ପହଞ୍ଚିଛନ୍ତି। ସେ ରାଣା ପ୍ରତାପଙ୍କ ଜନ୍ମସ୍ଥାନକୁ ଯିବେ ବୋଲି ସୂଚନା ମିଳିଛି। ମନ୍ତ୍ରୀ ଅଶୋକ ପଣ୍ଡା ବି ପହଞ୍ଚିଛନ୍ତି। ବିରୋଧୀ ଦଳ ଉପନେତା ବିଷ୍ଣୁ ସେଠୀ, ବିରୋଧୀ ଦଳ ମୁଖ୍ୟ ସଚେତକ ମୋହନ ମାଝୀ ଓ ବରିଷ୍ଠ ବିଜେପି ନେତା ତଥା ବିଧାୟକ ଜୟ ନାରାୟଣ ମିଶ୍ର ପ୍ରମୁଖଙ୍କ ସମେତ କେତେକ ନେତା ମଧ୍ୟ ରାଣା ପ୍ରତାପଙ୍କ ଶେଷ ଦର୍ଶନ କରିବା ସହ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0