ରାଜଧାନୀ ଭୁବନେଶ୍ୱରର ବିଭିନ୍ନ ସ୍ଥାନରେ ସଂକ୍ରମଣ ବଢ଼ିବାରେ ଲାଗିଛି । ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜି ରାଜଧାନୀର ୫ଟି ସ୍ଥାନରେ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ । ଭୁବନେଶ୍ୱରର ଆଚାର୍ଯ୍ୟ ବିହାର ସାଇ ମନ୍ଦିର ନିକଟସ୍ଥ ଏକ ପ୍ଲଟରୁ ଏକାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ଉକ୍ତ ଅଞ୍ଚଳକୁ ବିଏମସି ପକ୍ଷରୁ କଣ୍ଟେନମେଣ୍ଟ ଜୋନ ଘୋଷଣା କରାଯାଇଛି । ଆଚାର୍ଯ୍ୟ ବିହାର ଅନ୍ତର୍ଗତ ପାଣି ଟାଙ୍କି, ସତ୍ୟନଗର, ବାପୁଜୀ ନଗର, ଟଙ୍କପାଣି ରୋଡ଼ ଅଧିନସ୍ଥ ବିଷ୍ଣୁ ନଗର ଆଦି ଅଞ୍ଚଳମାନଙ୍କରେ ଏକାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି ୫ଟି ଅଞ୍ଚଳର ସମସ୍ତ ଜନସାଧାରଣଙ୍କୁ ଘରେ ରହିବାକୁ କୁହାଯାଇଛି । ଏହି ଅଞ୍ଚଳର ପରିସରକୁ କୌଣସି ବାହାର ଅଞ୍ଚଳର ଲୋକ ଯିବାକୁ ବାରଣ କରାଯାଇଛି । ଏହି ଅଞ୍ଚଳରେ ଥିବା ସମସ୍ତ ବାସିନ୍ଦାଙ୍କ ପାଇଁ ଜରୁରୀ ସାମଗ୍ରୀ ବିଏମସି ପକ୍ଷରୁ ଯୋଗାଇ ଦିଆଯିବ । ଅଞ୍ଚଳଗୁଡ଼ିକରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ଭୁବନେଶ୍ୱର ଡିସିପିଙ୍କୁ ଅନୁରୋଧ କରାଯାଇଛି ।



Visitors Today : 1
Total Visitors : 129939
Total Views : 9891293
Visitors Online Now : 0