spot_img

ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର : ରାଜ୍ୟରେ  ୨୪ ଘଣ୍ଟା ମଧ୍ୟରେ ଆଉ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୨୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫, ଗଜପତି, କେନ୍ଦୁଝର,ଖୋର୍ଦ୍ଧା ଓ ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖା ପ୍ରାଣ ହରାଇଛନ୍ତି । କେନ୍ଦୁଝର ଜିଲ୍ଲାରୁ ଏହା ପ୍ରଥମ ମୃତ୍ୟୁ ହୋଇଥିବା ବେଳେ ଗଞ୍ଜାମ ଜିଲ୍ଳାରେ ଏହି ସଂଖ୍ୟା ୧୧୭ ଛୁଇଁଛି । ଏହାବ୍ୟତୀତ ଗଜପତିରେ ୧୪, ଖୋର୍ଦ୍ଧାରେ ୩୧, ସୁନ୍ଦରଗଡ଼ରେ ୧୧ରେ ଏହି ସଂଖ୍ୟା ପହଞ୍ଚିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular