ରାୟଗଡ଼ା ଜିଲ୍ଲା ଗୁଣୁପୁର ସ୍ଥିତ ବାସଭବନରେ ଶାନ୍ତିଦେବୀଙ୍କର ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତିରେ ସେ ହଠାତ୍ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଏହା ପରେ ସେ ଚେତାଶୂନ୍ୟ ହୋଇଯାଇଥିଲେ। ପରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା।୧୯୩୮ ମସିହାରେ ବାଲେଶ୍ୱର ଜିଲ୍ଲାରେ ଜନ୍ମଗ୍ରହଣ କରିଥିବା ଶାନ୍ତିଦେବୀ ମାତ୍ର ୧୭ ବର୍ଷ ବୟସରୁ ଆଚାର୍ୟ୍ୟ ବିନୋବା ଭାବେଙ୍କ ପ୍ରେରଣାରେ ସମାଜସେବୀ ଓ ଭୂଦାନ ଆନ୍ଦୋଳନରେ ଯୋଗ ଦେଇଥିଲେ। ସେ ଗୁଣୁପୁର ଅଞ୍ଚଳକୁ ଆସି ସମାଜସେବା ଓ ଭୂଦାନ ଆନ୍ଦୋଳନ ଜାରି ରଖିଥିଲେ।ତାଙ୍କ ନିଃସ୍ୱାର୍ଥପର ସେବା ପାଇଁ ତାଙ୍କୁ ଗତବର୍ଷ ‘ପଦ୍ମଶ୍ରୀ‘ ପୁରସ୍କାରରେ ସମ୍ମାନିତ କରାଯାଇଥିଲା। ଏହା ସହିତ ସେ ସମ୍ମାନଜନକ ଜମୁନାଲାଲ ବଜାଜ୍ ପୁରସ୍କାର ମଧ୍ୟ ପାଇଥିଲେ।ପଦ୍ମଶ୍ରୀ ଶାନ୍ତିଦେବୀଙ୍କ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଅଶ୍ୱିନ ବୈଷ୍ଣବ, ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ଦୁଃଖ ପ୍ରକାଶ କରିଛନ୍ତି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0