ଭୁବନେଶ୍ବର: ରାଜ୍ୟରେ ଆଜି ପୁଣି ୧୦୮ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ମଧ୍ୟରୁ ୯୫ ଜଣ କ୍ୱାରେଂଟିନ୍ ଏବଂ ୧୩ ଜଣ ସ୍ଥାନୀୟ ଅଂଚଳରୁ ରହିଛନ୍ତି । ୧୦୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରିରୁ ସର୍ବାଧିକ ୨୧ ଜଣ ଆକ୍ରାନ୍ତ ରହିଛନ୍ତି । ଅମ୍ଫାନ ଡ୍ୟୁଟିରୁ ଫେରିଥିବା ଅଗ୍ନିଶମ ବାହିନୀ ସଦସ୍ୟଙ୍କ ମଧ୍ୟରୁ ଆଉ ୧୬ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଆଜି ୧୫ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି।ଏବେ ରାଜ୍ୟରେ ମୋଟ୍ ୨୮୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୯୫ ରହିଛି। ଅପରପକ୍ଷରେ ୧୧ ଜଣ କରୋନା ସଂକ୍ରମିତଙ୍କର ମୃତ୍ୟୁ ଘଟିଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0