ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତ ୧୦ ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ , ସୁନ୍ଦରଗଡ଼ ଜିଲ୍ଲାରୁ୨, ଭଦ୍ରକ ଜିଲ୍ଲାରୁ ୧, କନ୍ଧମାଳ ଜିଲ୍ଲାରୁ ୧, କେନ୍ଦୁଝରରୁ ୧, ନବରଙ୍ଗପୁର ୧ ଜଣେ, ନୟାଗଡ଼ ଜିଲ୍ଳାରୁ ୧ ରହିଛନ୍ତି ।
6. A 54 year old male of Sundergarh district who was also suffering from Uncontrolled Diabetes.
7. A 55 year old male of Ganjam district who was also suffering from Relapsed Tuberculosis.
— H & FW Dept Odisha (@HFWOdisha) August 6, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୦୭୧୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୭୦୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୫୭୩୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୩୫ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୫ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୬୦୦୫୯୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0