ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ସର୍ବାଧିକ ୧୨ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୪୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତ ୧୨ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ, କେନ୍ଦ୍ରାପଡ଼ା, ସମ୍ବଲପୁର, ଭଦ୍ରକ, ଢ଼େଙ୍କାନାଳ,ଗଜପତି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
2. A 36-year old male of Kendrapada district who was also suffering from Chronic Kidney Disease.
3. A 78-year old female of Sambalpur district who was also suffering from Chronic Obstructive Pulmonary Disease.
— H & FW Dept Odisha (@HFWOdisha) August 7, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୨୫୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୭୦ଟି ଆକ୍ଟିଭ କେସ ରହିଥିବା ବେଳେ ୨୬୮୮୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୧୬୬୪୬ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0