ଭୁବନେଶ୍ୱର: ଆଜି ଠାରୁ ଆସନ୍ତା ୧୧ ତାରିଖ ଯାଏ ରାଜ୍ୟରେ ବର୍ଷା ଲାଗି ରହିବ । ସମୁଦ୍ର ପତ୍ତନଠାରୁ ୧.୫ କିମି ଉଚ୍ଚତାରେ ରହିଥିବା ମୌସୁମୀ ଟ୍ରଫ ଏବେ ଝାଡଖଣ୍ଡରୁ ଉତ୍ତର-ପୂର୍ବ ବଙ୍ଗୋପସାଗର ମୁହାଁ ହୋଇଛି । ଏହା ସହ ଏକ ଟ୍ରଫଲାଇନ ଗୁଜୁରାଟରୁ ପଶ୍ଚିମବଙ୍ଗ ଆଡକୁ ଗତି କରୁଛି । ଏହାର ପ୍ରଭାବରେ ଆସନ୍ତାକାଲି ରାଜ୍ୟରେ ଅଧିକାଂଶ ସ୍ଥାନରେ ବର୍ଷା ହେବା ସହ ବର୍ଷାର ପରିମାଣ ବଢିବ । କଳାହାଣ୍ଡି, ବଲାଙ୍ଗୀର, ସୋନପୁର, ସମ୍ବଲପୁର, ସୁନ୍ଦରଗଡ, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ଗଞ୍ଜାମ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ର୍ରାପଡା, ଓ ଜଗତସିଂହପୁର ଆଦି ଜିଲ୍ଲାରେ ବିଜୁଳି, ଘଡଘଡି ସହ ବର୍ଷା ହେବ । ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର ଜିଲ୍ଲାଗୁଡିକରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ସେହିପରି ୯ ତାରିଖ ଦିନ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ୯ ଓ ୧୦ ତାରିଖରେ ସାରା ଓଡିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୯ ତାରିଖ ଦିନ କନ୍ଧମାଳ, ବୌଦ୍ଧ, ଗଞ୍ଜାମ, ବଲାଙ୍ଗୀର ଓ କଳାହାଣ୍ଡିରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏଥିସହ ନୂଆପଡା, ରାୟଗଡା, ଗଜପତି, ପୁରୀ, ବରଗଡ, ସୋନପୁର, ଓ ସମ୍ବଲପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଏହି ସବୁ ଜିଲ୍ଲା ପାଇଁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0