ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାମଧ୍ୟରେ ୧୩ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।
ଓଡ଼ିଶାରେ ପୁଣି ୧୩ ଜଣଙ୍କ ଜୀବନ ନେଲା କରୋନା । ମୃତଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ଜଣ,କୋରାପୁଟ ୨,ବାଲେଶ୍ୱର,ବରଗଡ଼,ନୟାଗଡ଼,ଖୋଦ୍ଧା ଓ ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଜଣେ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି ।
ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୫୯୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୩୬୫ଟି ଆକ୍ଟିଭ କେସ ରହିଥିବା ବେଳେ ୩୦୨୪୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୫୦୧୮୩ଟି ସାମ୍ପୁଲ ଟେଷ୍ଟ ହୋଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0