spot_img

ରାମ ମନ୍ଦିର ଟ୍ରଷ୍ଟର ମୁଖ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସ କରୋନା ପଜିଟିଭ

ଆଯୋଧ୍ୟା: ରାମ ଜନ୍ମଭୂମି ଟ୍ରଷ୍ଟର ମୁଖ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଅଗଷ୍ଟ ୫ତାରିଖରେ ରାମ ମନ୍ଦିରର ଭିତ୍ତି ପ୍ରସ୍ତର ସ୍ଥାପନ ସମାରୋହରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଗୋଟିଏ ମଞ୍ଚରେ ଉପସ୍ଥିତ ଥିଲେ ମହନ୍ତ ନୃତ୍ୟ ଗୋପାଳ । ତାଙ୍କର ସ୍ୱାବ ନମୁନା ପରୀକ୍ଷା କରାଯାଇଥିବା ବେଳେ ଆଜି ରିପୋର୍ଟ ପଜିିଟିଭ୍ ଆସିଛି । ଉକ୍ତ ମଞ୍ଚରେ ପାଞ୍ଚ ଜଣ ବ୍ୟକ୍ତି ବିଶେଷ ଉପସ୍ଥିତ ଥିଲେ । ସେମାନଙ୍କ ମଧ୍ୟରୁ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ରାଜ୍ୟପାଳ ଆନନ୍ଦିବେନ ପଟେଲ ଏବଂ ଆରଏସଏସ ସଂଗଠନର ମୁଖ୍ୟ ମୋହନ ଭାଗବତ । ମହନ୍ତ ନୃତ୍ୟ ଗୋପାଳ ଦାସ କରୋନା ପଜିଟିଭ ଚିହ୍ନଟ ହେବା ପରେ ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ନିଜ ସ୍ୱାସ୍ଥ୍ୟ ଅବସ୍ଥାର ଯାଞ୍ଚ କରିଛନ୍ତି । ମୁଖ୍ୟମନ୍ତ୍ରୀ ଏନେଇ ମଥୁରାର ଜିଲ୍ଲାପାଳଙ୍କ ସହ କଥାବାର୍ତ୍ତା କରିବା ସହ ଯଥା ସମ୍ଭବ ସହଯୋଗ କରିବା ପାଇଁ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular