spot_img

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।  ମୃତ ୯ଜଣଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ଜଣ, କଟକରୁ ୨ଜଣ, ମୟୂରଭଞ୍ଜରୁ ୨, କନ୍ଧମାଳ ଜିଲ୍ଲାରୁ ୧,ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୨୬୫୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୮୦୭ଟି ଆକ୍ଟିଭ କେସ ରହିଥିବା ବେଳେ ୩୬୪୭୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular