spot_img

ଆସନ୍ତା ୨୧ରୁ ଯୁକ୍ତ ୨ ନାମଲେଖା ଆବେଦନ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର: ଯୁକ୍ତ ୨ କଲେଜରେ ନାମଲେଖା ପାଇଁ ଆବେଦନ ପ୍ରକ୍ରିୟା ବିଜ୍ଞପ୍ତି ପ୍ରକାଶ ପାଇଛି । ଆସନ୍ତା ୨୧ ତାରିଖ ପୂର୍ବାହ୍ନ ୧୧ଟାରୁ ସେପ୍ଟେମ୍ବର ୪ ରାତି ୧୧ଟା ୪୫ ମଧ୍ୟରେ ଛାତ୍ର ଛାତ୍ରୀ www.samsodisha.gov.in ମାଧ୍ୟମରେ କମନ୍ ଆପ୍ଲିକେସନ ଫର୍ମରେ ଆବେଦନ କରିପାରିବେ । ସେପ୍ଟେମ୍ବର ୯ ତାରିଖ ପୂର୍ବାହ୍ନ ୧୧ଟାରେ ପ୍ରଥମ ମେରିଟ ଲିଷ୍ଟ ପ୍ରକାଶ ପାଇବ । ସେପ୍ଟେମ୍ବର ୧୧ ରୁ ୧୮ ମଧ୍ୟରେ ପ୍ରଥମ ପର୍ଯ୍ୟାୟର ଚୟନ ହୋଇଥିବା ଛାତ୍ରଛାତ୍ରୀଙ୍କ ନାମଲେଖା ଅନୁଷ୍ଠିତ ହେବ । ସେପ୍ଟେମ୍ବର ୨୩ରେ ଦ୍ୱିତୀୟ ପର୍ଯ୍ୟନ୍ତ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ ଏବଂ ୨୪ରୁ ୨୮ ତାରିଖ ମଧ୍ୟରେ ନାମଲେଖା ଅନୁଷ୍ଠିତ ହେବ । ୨୮ ତାରିଖ ସନ୍ଧ୍ୟା ୬ଟାରେ ନାମ ଲେଖାଇଥିବା ଛାତ୍ରଛାତ୍ରୀଙ୍କ ତାଲିକା ପ୍ରକାଶ ପାଇବ । ଅକ୍ଟୋବର ୧ ତାରିଖ ପୂର୍ବାହ୍ନ ୧୧ଟାରେ ସ୍ପଟ୍ ସିଲେକ୍ସନ ପାଇଁ ତାଲିକା ବାହାରିବ । ୩ ତାରିଖରେ ସ୍ପଟ୍ ନାମଲେଖା ପାଇଁ ଚୂଡାନ୍ତ ତାଲିକା ପ୍ରକାଶ ପାଇବ । ଅକ୍ଟୋବର ୫ ତାରିଖରେ ସ୍ପଟ ନାମଲେଖା ଅନୁଷ୍ଠିତ ହେବ । ଏଥିସହ ନାମଲେଖା ଲାଗି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଗାଇଡଲାଇନ୍ ଜାରି ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular