spot_img

୧୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ କେନ୍ଦ୍ର ଉପରେ ରହିଥିବା ଘର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ବଜ୍ରପାତର ସମ୍ଭାବନା ରହିଥିବା ଆଜି ଅପରାହ୍ନରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏକ ସତର୍କ ସୂଚନା ଜାରି କରିଛି । ମାଲକାନଗିରି, ଓ କୋରାପୁଟ ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ଜାଗାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ଦୁଇ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ଗଞ୍ଜାମ, ପୁରୀ, ଗଜପତି, ଜଗତସିଂପୁର, ରାୟଗଡା, ନବରଙ୍ଗପୁର, କନ୍ଧମାଳ, କଳାହାଣ୍ଡି, ସମ୍ବଲପୁର, ଦେବଗଡ, ଜିଲ୍ଲାର ପ୍ରବଳ ବର୍ଷା ହେବାର ସମ୍ଭାବନା ଦେଖି ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୫ ତାରିଖରେ ଓଡିଶାର ଅଧିକାଂଶ ସ୍ଥାନରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭବନା ରହିଛି । ଏହି ସମୟରେ ପୁରୀ, ଜଗତସିଂହପୁର,ସମ୍ବଲପୁର, ଦେବଗଡ, ଅନୁଗୁଳ, ବଲାଙ୍ଗୀର, ମାଲକାନଗିରି, ଜିଲ୍ଳାରେ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି କୋରାପୁଟ, ଗଞ୍ଜାମ, କେନ୍ଦ୍ରପହା, ଯାଜପୁର, ଭଦ୍ରକ, ସୋନପୁର, ଢେଙ୍କାନାଳ, ବୌଦ୍ଧ, କନ୍ଧମାଳ, କଳାହାଣ୍ଡି, ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ୧୬ ଓ ୧୭ ତାରିଖରେ କିଛି କିଛି ଜିଲ୍ଳାରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ୟେଲୋ ୱର୍ଣ୍ଣିଂ ଜାରି କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular