ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୪୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷର ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ଦୁଇ ଜଣ ,ଖୋର୍ଦ୍ଧାରୁ ୨, ଭଦ୍ରକ, ବଲାଙ୍ଗୀର, କଟକ, ଯାଜପୁର, କନ୍ଧମାଳ, ସୋନପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
10.A 45-year old male of Sonepur district who was also suffering from Pulmonary Tuberculosis, Chronic Kidney Disease.
— H & FW Dept Odisha (@HFWOdisha) August 16, 2020
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୬୦୦୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮୯୨୮ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୪୦୭୨୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୪୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୫୫୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0