spot_img

ବଙ୍ଗୋପସାଗରରେ ସୃଷ୍ଟି ହେଉଛି ଆଉ ଏକ ଲଘୁଚାପ, ଆସନ୍ତା ୨୪ ଘଣ୍ଟା ଧରି ପ୍ରବଳ ବର୍ଷିବ

ଭୁବନେଶ୍ୱର: ଉତ୍ତର ଉପକୂଳ ଓଡିଶା ଏବଂ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପଶ୍ଚିମବଙ୍ଗରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ‘ୱେଲ ମାର୍କଡ୍ ଲୋ ପ୍ରେସର’ ରେ ପରିଣତ ହୋଇଛି । ଏହା ବର୍ତ୍ତମାନ ସମୁଦ୍ର ପତ୍ତନଠାରୁ ୯.୫ କିଲୋମିଟର ଉଚ୍ଚତାରେ ଦକ୍ଷିଣ- ପଶ୍ଚିମ ଦିଗକୁ ବିସ୍ତାରିତ ହେବା ସହ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି । ଏହା ଫଳରେ ଉତ୍ତର-ବଙ୍ଗୋପସାଗର ଏକ ନୂତନ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭବନା ରହିଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି । ଆଜି ରାଜ୍ୟରେ ସମ୍ବଲପୁର, ଦେବଗଡ, ବରଗଡ, ଝାରସୁଗୁଡା, ଅନୁଗୁଳ, ବଲାଙ୍ଗୀର, ନୂଆପଡା, ସୁନ୍ଦରଗଡ,କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଏବଂ ମାଲକାନଗିିରିର ବହୁ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବାରୁ ଏହି ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ବାଲେଶ୍ୱର, ମୟୂରଭଞ୍ଜ, ଭଦ୍ରକ, କଟକ, କଳାହାଣ୍ଡି, କନ୍ଧମାଳ, ଏବଂ କୋରାପୁଟ ଜିଲ୍ଳାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular