spot_img

୨୪ ଘଣ୍ଟାରେ ୫୭,୯୮୨ କରୋନା ଆକ୍ରାନ୍ତ ଚିହ୍ନଟ, ୯୪୧ ମୃତ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୫୭,୯୮୨ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ଅଗଷ୍ଟ ୧୭ ତାରିଖ ସକାଳ ସୁଦ୍ଧା ସମଗ୍ର ଦେଶରେ ୨୬,୪୭,୬୬୪ ଜଣ କରୋନା ଭାଇରସ୍ ଦ୍ୱାରା ଆକ୍ରାନ୍ତ ହୋଇଥିବା କଥା କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ତରଫରୁ ସୂଚନା ଦିଆଯାଇଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୯,୧୯ ,୮୪୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେପଟେ ଦିନକରେ ୯୪୧ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଦେଶରେ ଆକ୍ରାନ୍ତ ବ୍ୟକ୍ତିଙ୍କର ମୃତ୍ୟୁ ସଂଖ୍ୟା ୫୦ ହଜାର ୯୨୧ରେ ପହଁଞ୍ଚିଛି । ୨୪ ଘଣ୍ଟାର ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ୬,୭୬,୯୦୦ ସକ୍ରିୟ ଆକ୍ରାନ୍ତ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular