spot_img

ରାଜ୍ୟରେ ଚିହ୍ନଟ ହେଲେ ୨୨୪୪ କରୋନା ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨୯ ଜିଲ୍ଲାରୁ ସର୍ବାଧିକ ୨୨୪୪ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୩୯୦ ଲୋକାଲ କଣ୍ଟାକ୍ଟରୁ ୮୫୪ । ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୬୨ ହଜାର ୨୯୪କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ପିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୫ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୨ଜଣ, ବରଗଡ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୧୦୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୪୯ଜଣ, କଟକ ଜିଲ୍ଲାରୁ ୧୯୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୪୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୬ଜଣ, ଯାଜପୁର ଜିଲ୍ଲାରୁ ୯୮ଜଣ, ଝାରୁସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୬୭ଜଣ, କନ୍ଧମାଳ ଜିଲ୍ଲାରୁ ୧୨୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ୨୭ଜଣ, କେନ୍ଦୁଝର ଜିଲ୍ଲାରୁ ୧୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୧୧ଜଣ, କୋରାପୁଟ ଜିଲ୍ଲାରୁ ୯୪ଜଣ, ମାଲକାନଗିରି ଜିଲ୍ଲାରୁ ୯୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୧ଜଣ, ନୟାଗଡ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ୯ଜଣ, ପୁରୀ ଜିଲ୍ଲାରୁ ୬୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୦ଜଣ, ସମ୍ବଲପୁର ଜିଲ୍ଲାରୁ ୩୫ଜଣ, ସୋନପୁର ଜିଲ୍ଲାରୁ ୧୧ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୩୬ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୬୨୨୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୬୨୨ଆକ୍ଟିଭ କେସ ରହିଥିବା ବେଳେ୪୨,୨୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୮୯୨୯ଟି ସାମ୍ପୁଲ ଟେଷ୍ଟ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular