spot_img

ରାଜ୍ୟରେ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୧୦ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ  ସଂଖ୍ୟା ୩୫୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷର ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪ ଜଣ, ବରଗଡ଼, ଗଞ୍ଜାମ , କଟକ, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୬୨୨୯୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୯୬୨୨ଆକ୍ଟିଭ କେସ ରହିଥିବା ବେଳେ୪୨,୨୭୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୫୮୯୨୯ଟି ସାମ୍ପୁଲ ଟେଷ୍ଟ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular