ଭୁବନେଶ୍ୱର : ଆସନ୍ତା ୧୯ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବାଣିଜ୍ୟ ପରୀକ୍ଷା ଫଳ । ପୂର୍ବରୁ ଯୁକ୍ତ ଦୁଇ ବିଜ୍ଞାନ ରେଜଲ୍ଟ ପ୍ରକାଶ ପାଇସାରିଛି । ସେହିପରି ୩୧ ତାରିଖ ପୂର୍ବରୁ ଯୁକ୍ତ ଦୁଇ କଳା ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ ।
ଆସନ୍ତା ୧୯ ତାରିଖ ଦିନ ୧୧ଟା ୩୦ରେ ପ୍ରକାଶ ପାଇବ ଏହି ରେଜଲ୍ଟ । ସେହିପରି ଧନ୍ଦାମୂଳକ ରେଜଲ୍ଟ ମଧ୍ୟ ପ୍ରକାଶ ପାଇବ । ଚଳିତବର୍ଷ +୨ରେ ୩ ଲକ୍ଷ ୫୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।
ସୂଚନାଯୋଗ୍ୟ କରୋନା ମହାମାରୀ ଯୋଗୁଁ ପରୀକ୍ଷା ଫଳ ପ୍ରକାଶ ପାଇବାରେ ବିଳମ୍ବ ହୋଇଥିଲା । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0