spot_img

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୯ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷର ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ୯ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଜଣ, ବାଲେଶ୍ୱରରୁ୧,ଖୋର୍ଦ୍ଧା୧, ମାଲକାନାଗିରିରୁ ୧, ରାୟଗଡ଼ା ୨, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୬୪୫୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୩୩୯ଆକ୍ଟିଭ କେସ ରହିଥିବା ବେଳେ୪୩,୭୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୦୦୯୪୫୪ଟି ସାମ୍ପୁଲ ଟେଷ୍ଟ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular